ରେଳ ଦୁର୍ଘଟଣା : ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ସହାୟତା ଘୋଷଣା

ଭୁବନେଶ୍ବର :   ଆନ୍ଧ୍ର ପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଭୟଙ୍କର ରେଳ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରଭାବିତ ପରିବାରଙ୍କ ପ୍ରତି ପ୍ରଧାନମନ୍ତ୍ରୀ ସମବେଦନା ଜଣାଇଛନ୍ତି ।

gpkandhamal

ରେଳ ଦୁର୍ଘଟଣାରେ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ସହାୟତା ଘୋଷଣା କରାଯାଇଛି । ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ଲକ୍ଷ ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରାଯିବ।

Umasankar Adv

ଅନ୍ୟପକ୍ଷରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ  କଥା ହୋଇ ଟ୍ରେନ୍ ଦୁର୍ଘଟଣା ସଂପର୍କରେ ବିସ୍ତୃତ ଭାବେ ଅବଗତ ହୋଇଛନ୍ତି।

Leave A Reply

Your email address will not be published.