ମର୍ମନ୍ତୁଦ ଟ୍ରେନ୍‌‌ ଦୁର୍ଘଟଣା ; ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି

ଭୁବନେଶ୍ୱର : ଆନ୍ଧ୍ରପ୍ରଦେଶର କଣ୍ଟାକାପାଲି ଏବଂ ଆଲମଣ୍ଡା ଷ୍ଟେସନ ମଧ୍ୟରେ ଭୟଙ୍କର ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏଯାଏଁ ପ୍ରାୟ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଥିବା ବେଳେ ୫୦ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଲୋକୋ ପାଇଲଟ୍ ଏବଂ ଟ୍ରେନ ଗାର୍ଡଙ୍କ ମୃତ୍ୟୁ ହୋଇଥିବା ନେଇ ଖବର ମିଳିଛି। ଗତକାଲି ଆନ୍ଧ୍ର ପ୍ରଦେଶ ବିଜୟନଗରମ୍ ରେ ଏହି ବଡ଼ ଧରଣର ରେଳ ଦୁର୍ଘଟଣା ଘଟିଥିଲା। ମୃତକଙ୍କ ମଧ୍ୟରେ ୧୧ ଜଣଙ୍କ ପରିଚୟ ମିଳିଥିବା ବେଳେ ଅନ୍ୟ ୩ ଜଣଙ୍କ ପରିଚୟ ଅସ୍ପଷ୍ଟ ରହିଛି।

Leave A Reply

Your email address will not be published.