ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ, ଶପଥ ପାଠ କରାଇଲେ ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ବର : ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି ରଘୁବର ଦାସ । ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ରଘୁବର ଦାସଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି ବିଦ୍ୟୁତରଞ୍ଜନ ଷଡଙ୍ଗୀ।
ରାଜଭବନ ଅଭିଷେକ ହଲରେ ସକାଳ ୧୧ଟା ୪୫ମିନିଟରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଶପଥପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ସହ ମନ୍ତ୍ରୀଗଣ ଉପସ୍ଥିତ ଥିଲେ।

ତେବେ ଶପଥ ଗ୍ରହଣ କରିବା ଗତକାଲି ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଆଜି ଭୋରୁ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ରଘୁବର ଦାସ । ପରେ ରାଜଭବନରେ ପହଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ ଜଣାଇ ପାଛୋଟିନେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Umasankar Adv
gpkandhamal

ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ । ସେ ପାଞ୍ଚ ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ । ୧୯୫୫ ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିବା ରଘୁବର ଭାଲୁବସା ହରିଜନ ହାଇସ୍କୁଲର ମ୍ୟାଟ୍ରିକ ଓ ଜାମସେଦପୁର କୋ-ଅପରେଟିଭ୍ କଲେଜରୁ ସ୍ନାତକ ଶିକ୍ଷା ଶେଷ କରିଥିଲେ । ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡ଼ିଗ୍ରୀ ହାସଲ କରି ଟାଟା କମ୍ପାନୀରେ ଯୋଗ ଦେଇଥିଲେ। ୧୯୭୭ରେ ଜନତା ପାର୍ଟିରେ ଯୋଗ ଦେଇଥିଲେ ଓ ପରେ ୧୯୮୦ରେ ବିଜେପିର ପ୍ରତିଷ୍ଠାତା ସଦସ୍ୟ ରହିଥିଲେ । ଜାମସେଦପୁର ପୂର୍ବ ବିଧାନସଭା ଆସନରୁ ବିଧାନସଭାକୁ ୧୯୯୫ରେନିର୍ବାଚିତ ହୋଇଥିଲେ ।

୨୦୦୪ରେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ରୂପେ ଅବସ୍ଥାପିତ ହୋଇଥିଲେ । ୨୦୦୫ରେ ଅର୍ଜୁନ ମୁଣ୍ଡାଙ୍କ ନେତୃତ୍ୱାଧୀନ ଝାଡ଼ଖଣ୍ଡ ବିଜେପି ସରକାରରେ ସେ ସହରାଞ୍ଚଳ ବିକାଶ ମନ୍ତ୍ରୀ ରୂପେ ନିଯୁକ୍ତି ପାଇଥିଲେ । ୨୦୦୯ରେ ସେ ଶିବୁ ସୋରେନଙ୍କ ସରକାରରେ ଉପମୁଖ୍ୟମନ୍ତ୍ରୀ ପଦରେ ଅବସ୍ଥାପିତ ହୋଇଥିଲେ । ୨୦୧୪ରେ ସେ ବିଜେପି ଜାତୀୟ କମିଟିରେ ସ୍ଥାନ ପାଇଥିଲେ ଓ ତାଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ପଦ ମିଳିଥିଲା । ମାତ୍ର ରାଜ୍ୟରେ ସେହିବର୍ଷ ବିଜେପି ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ଝାଡ଼ଖଣ୍ଡର ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ଭାବରେ ରଘୁବର ଦାସ ଅଧିଷ୍ଠିତ ହୋଇଥିଲେ । ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଥିଲେ ରଘୁବର ଦାସ ।

Leave A Reply

Your email address will not be published.