ଘରେ ଘରେ ଖୁସି ଆଣିବ, ବିକାଶର ଗାଡ଼ିକୁ ଆହୁରି ଜୋରରେ ନେବ ‘ଲକ୍ଷ୍ମୀ’: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ । କଳାହାଣ୍ଡି ବିଶ୍ବବିଦ୍ୟାଳୟ ପଡିଆରେ ଏହି ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବ ଏବଂ ବିକାଶର ଗାଡିକୁ ଆହୁରି ଜୋରରେ ଆଗକୁ ନେବ । ସାରା ରାଜ୍ୟରେ ଏହି ଯୋଜନାରେ ୧୦୦୦ଟି ବସ୍‌ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ମା ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ ଭାବେ ନାମିତ କରିଥିଲେ ।

Umasankar Adv

ସୂଚନାଯୋଗ୍ୟ ଯେ ଲକ୍ଷ୍ମୀ ଯୋଜନାରୁ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା । ଯୋଜନାର ଶୁଭାରମ୍ଭ ପରେ ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାଇଥିଲେ ଏବଂ ସେଠାରେ ଏକ ବିକ୍ୟୁଏସ୍‌ ଫ୍ୟାସିଲିଟିର ଉଦ୍‌ଘାଟନ କରିଥିଲେ ।

gpkandhamal

ଆଜି ଦିନଟି କଳାହାଣ୍ଡିର ବିକାଶ ଯାତ୍ରାରେ ଏକ ବଡ଼ ମାଇଲ ଖୁଣ୍ଟ ଓ ବହୁତ ଆନନ୍ଦର ଦିନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆଜି ଏଠାରେ ୩୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ହେଲା। ଆଉ ୯୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖାଗଲା। ଏହା ଜିଲ୍ଲାର ବିକାଶ ଗତିକୁ ଆହୁରି ଜୋରଦାର କରିବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ଗାଁରେ ବସର ଅସୁବିଧା ବିଷୟ ରେ ଜାଣିବା ପରେ ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ବାରା ଆପଣଙ୍କର ପ୍ରତି ଦିନର ଚିନ୍ତା ଦୂର ହେବ । ରାଜ୍ୟରେ ଚାଲିବ ଏକ ହଜାରରୁ ଅଧିକ ବସ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏଥିରେ ଆପଣଙ୍କ ଘର ପାଖକୁ ବସ ଆସିବ। ସମସ୍ତଙ୍କୁ ଯୋଡ଼ିବ। ପିଲାଙ୍କୁ ସ୍କୁଲ ସହିତ, ଚାଷୀକୁ ମାର୍କେଟ ସହିତ ଆଉ ମା ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ।

କଳାହାଣ୍ଡିର ବିକାଶ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ଏକ ମଡେଲ । ଶିକ୍ଷା ,ସ୍ୱାସ୍ଥ୍ୟ ଯୋଗାଯୋଗ, ଭିତ୍ତିଭୂମି ଶିଳ୍ପ କୃଷି ସବୁ କ୍ଷେତ୍ରରେ ଉନ୍ନତି କଳାହାଣ୍ଡି ବାସୀଙ୍କ ସପନକୁ ସାକାର କରିଛି। କଳାହାଣ୍ଡି ଆଜି ନିଜ ଇତିହାସକୁ ପରିବର୍ତ୍ତନ କରିଛି। ସଫଳତାର ନୂଆ କାହାଣୀ ଯୋଡ଼ିଛି। ବିକାଶର ଯାତ୍ରାରେ ଆଗକୁ ବଢ଼ିଛି। ସାରା ଦେଶକୁ ଆଜି କଳାହାଣ୍ଡି ଚାଉଳ ଦଉଛି ବୋଲି ସେ କହିଥିଲେ।

Leave A Reply

Your email address will not be published.