ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି ଅସୁସ୍ଥ, ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚାଲିଛି ଚିକିତ୍ସା

ପୁରୀ : ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମହେଶ୍ୱର ବୁଧବାର ହଠାତ୍‌‌ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ରାଜଧାନୀର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କର ମସ୍ତିଷ୍କଜନିତ ଚିକିତ୍ସା ଚାଲିଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି।

gpkandhamal

ମିଳିଥିବା ସୂଚନା ମୁତାବକ ଗତକାଲି ଶ୍ରୀ ମହାନ୍ତି ପୁରୀରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ। ସନ୍ଧ୍ୟାରେ ସେ ବଡ଼ଶଙ୍ଖ ଗଜଲକ୍ଷ୍ମୀ ପୂଜା କାର୍ୟ୍ୟକ୍ରମରେ ଯୋଗଦେଇ ଘରକୁ ଫେରିବା ପରେ ଅସୁସ୍ଥତା ଅନୁଭବ କରିଥିଲେ। ଦେହ ହାତ ଥରିବା ଆରମ୍ଭ କରିଥିଲା। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଏ ନେଇ ତାଙ୍କ ପରିବାର ପକ୍ଷରୁ କିଛି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। ଶ୍ରୀ ମହାନ୍ତିଙ୍କ ଶୁଭେଚ୍ଛୁମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Umasankar Adv
Leave A Reply

Your email address will not be published.