ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ‘ଆମ ଓଡିଶା ନବୀନ ଓଡିଶା’ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୦ମ ଦିନରେ ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।

gpkandhamal

ଏଥିପାଇଁ ମୟୁରଭଞ୍ଜ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୦.୫୦ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଯଶିପୁର, କରଞ୍ଜିଆ, ସାରସକଣା ଓ ରାଇରଙ୍ଗପୁର । ଏହିସବୁ ନିର୍ବାଚନ ମଣ୍ଡଳୀର ୧୩ଟି ବ୍ଲକ୍‌‌ର ୧୮୧ଟି ଗ୍ରାମ ପଞ୍ଚାୟତରେ ୨୪୨୭ଟି ପ୍ରକଳ୍ପ ହେବ। ସେହିପରି ସମ୍ବଲପୁର ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀ ପାଇଁ ୬୯ କୋଟି ଟଙ୍କା ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରେଢାଖୋଲ, ରେଙ୍ଗାଲି ଓ କୁଚିଣ୍ଡା। ଏଥିରେ ୯ଟି ବ୍ଲକ୍‌ର ୧୩୮ଟି ଗ୍ରାମପଞ୍ଚାୟତରେ ୧୮୦୧ଟି ପ୍ରକଳ୍ପ କରାଯିବ। ସେହିପରି ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି ୫୫.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଚିତ୍ରକୋଣ୍ଡା ଓ ମାଲକାନଗିରି। ଏହିସବୁ ନିର୍ବାଚନମଣ୍ଡଳୀର ୭ଟି ବ୍ଲକ୍‌‌ର ୧୧୧ଟି ଗ୍ରାମ ପଞ୍ଚାୟତରେ ୧୪୩୦ଟି ପ୍ରକଳ୍ପ ହେବ।

Umasankar Adv

ଆଜିର କାର୍ଯ୍ୟକ୍ରମ ପାଇଁ ମୟୁରଭଞ୍ଜ ଜିଲ୍ଲାର ୪ଟି, ସମ୍ବଲପୁର ଜିଲ୍ଲାର ୩ଟି ଓ ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।

Leave A Reply

Your email address will not be published.