‘ଆମ କୁନିପିଲା’ ଯୋଜନାର ଶୁଭାରମ୍ଭ, ଶିଶୁମାନଙ୍କୁ ଘରେ ହିଁ ମିଳିବ ଆନନ୍ଦଦାୟକ ବନ୍ଧୁତ୍ଵପୂର୍ଣ୍ଣ ଅନୁକୂଳ ପରିବେଶ

ଭୁବନେଶ୍ୱର: ପ୍ରତ୍ୟେକ ଶିଶୁ ର ପ୍ରଥମ ହଜାର ଦିନ ହେଉଛି ଗଭୀର ସମ୍ବେଦନଶୀଳ ସମୟ । ଏହି ପ୍ରଥମ ହଜାର ଦିନରେ ଶିଶୁଙ୍କ ମସ୍ତିଷ୍କର ବିକାଶ ଓ ଶାରୀରିକ ବିକାଶ ଆରମ୍ଭ ହୋଇଥାଏ ଓ ଜୀବନବ୍ୟାପୀ ସ୍ବାସ୍ଥ୍ୟର ମୂଳଦୁଆ ପଡିଥାଏ । ଏହି ସମୟ ମଧ୍ୟରେ ଉଭୟ ମା ଓ ଶିଶୁର ଯତ୍ନ ଓ ପୁଷ୍ଟିକର ପୋଷଣ ଉପରେ ଶିଶୁ ର ବୃଦ୍ଧି ନିର୍ଭର କରିଥାଏ ।

ଏହି ପବିତ୍ର ଶିଶୁ ଦିବସରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ବାର୍ତ୍ତାରେ ଓଡ଼ିଶାର ଶିଶୁମାନଙ୍କୁ ଶୁଭେଚ୍ଛା ଦେଇ କହିଛନ୍ତି ଯେ, ଶିଶୁମାନେ ହେଉଛନ୍ତି ଦେଶର ଶକ୍ତି ଓ ପ୍ରଗତିର ସୂତ୍ରଧର । ଶୈଶବ କାଳରୁ ଶିଶୁମାନଙ୍କୁ ଉଚିତ ଶିକ୍ଷା, ସ୍ୱାସ୍ଥ୍ୟସେବା ଓ ପରିବେଶ ପ୍ରଦାନ କରାଗଲେ ସେମାନେ ଜଣେ ଜଣେ ସୁନାଗରିକ ହୋଇପାରିବେ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏହି ଦିଗଦର୍ଶନକୁ ଅନୁସରଣ କରି ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ପବିତ୍ର ଶିଶୁ ଦିବସରେ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଯାଇଛି ‘ଆମ କୁନିପିଲା’ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ ନିଜ ପରିବାରରେ ଶିଶୁର ଯତ୍ନ, ତିନି ବର୍ଷରୁ କମ ପିଲାମାନଙ୍କ ପାଳନରେ ଉଭୟ ପିତାମାତା ହାୟିତ୍ଵ ସହ ସେମାନଙ୍କ ଶିଶୁ ଯତ୍ନ ଭିଭିକ ଦକ୍ଷତା ବୃଦ୍ଧି ଓ କମ୍ ମୂଲ୍ୟ ରେ ତିଆରି ଖେଳଣା ମାଧ୍ୟମରେ ଶିଶୁମାନଙ୍କ ମସ୍ତିଷ୍କ ବିକାଶ ଉପରେ ଗୁରୁତ୍ବ ଦିଆଯାଇଛି ।

Umasankar Adv
gpkandhamal

ପିତାମାତା ଓ ପରିବାରର ଅନ୍ୟ ଯତ୍ନ ପ୍ରଦାନକାରୀଙ୍କୁ ଶିଶୁର ପ୍ରାରମ୍ଭିକ ବର୍ଷ ପ୍ରତି ସମ୍ବେଦନଶୀଳ କରେଇବା, ପରିବାରର ପୁରୁଷ ମାନଙ୍କୁ ଶିଶୁ ଯତ୍ନରେ ସମ୍ପୃକ୍ତି କରିବା, ପିତାମାତା ଓ ପରିବାର ଅନ୍ୟ ଯତ୍ନ ପ୍ରଦାନକାରୀଙ୍କ ଦ୍ଵାରା କମ୍ ମୂଲ୍ୟର ପରିବେଶ ଅନୁକୁଳ ସାମଗ୍ରୀ ଓ ଖେଳଣା ସହିତ ଶିଶୁ ମାନଙ୍କୁ ନିୟୋଜିତ କରିବା, ଅଙ୍ଗନବାଡିକର୍ମୀଙ୍କ ଦ୍ଵାରା ଖେଳଣା, ଗପ ଏବଂ ସ୍ନେହଭରା କଥା,ଭଲ ପାଇବା, ସ୍ପର୍ଶ ଓ ଖେଳ ଦ୍ଵାରା ଶିଶୁମାନଙ୍କୁ ଏକ ସକରାତ୍ମକ ପରିବେଶ ଦେବା ସହ ସେମାନଙ୍କୁ ସକ୍ରିୟ କରେଇବା ଆଦି ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ । ଏହି ଅଭିଯାନରେ ସାମାଜିକ ଆଚରଣ ଯୋଗାଯୋଗ ସାମଗ୍ରୀ

(ଏସବିସିସି) ଦ୍ଵାରା ପିତାମାତା,ପରିବାରର ଅନ୍ୟ ଯତ୍ନ ପ୍ରଦାନକାରୀ ତଥା ଅଙ୍ଗନବାଡିକର୍ମୀଙ୍କ କାର୍ଯ୍ୟକାରିତାକୁ ଆହୁରି ପ୍ରଭାବଶାଳୀ କରାଯାଇପାରିବ । ଏକ ଉତ୍ସାହଜନକ ପରିବେଶ ସୃଷ୍ଟି କରି ପିତାମାତାଙ୍କ ନେତୃତ୍ଵାଧୀନରେ ଘରେ ହିଁ ଆନନ୍ଦଦାୟକ ଶିଶୁ ବନ୍ଧୁତ୍ବପୂର୍ଣ୍ଣ ଶିକ୍ଷଣକୁ ପ୍ରୋତ୍ସାହିତ କରିବା ପାଇଁ ‘ଆମ କୁନିପିଲା’ କାର୍ଯ୍ୟକଳାପ ଧାର୍ଯ୍ୟ କରାଯାଇଛି ।

ଏହି କାର୍ଯ୍ୟକ୍ରମ କୁ ସୁଦୃଢ କରିବା ପାଇଁ ବିଭିନ୍ନ ସୂଚନାତ୍ମକ ସାମଗ୍ରୀ ଯଥା ମୋ ବିକାଶ ପତ୍ର, କୁନି କାଲେଣ୍ଡର, ଆମ କୁନି ପିଲା ଫିଲ୍ମ୍ ବୁକ୍, ସୁଖଦ ଲାଳନ ପାଳନ ହାଣ୍ଡ ବୁକ୍ ଓ ଆମ କୁନି ପିଲା ଟିଏ କିଟ୍ ଆଦି କୁ ମଧ୍ୟ ପ୍ରସ୍ତୁତ କରାଯାଇଛି।

Leave A Reply

Your email address will not be published.