ଆଜି ପହଞ୍ଚିବେ ରାଷ୍ଟ୍ରପତି, ଜନ୍ମ ମାଟିକୁ ଦୁଇ ଦିନିଆ ଗସ୍ତକୁ ନେଇ ପ୍ରସ୍ତୁତି ଚୂଡାନ୍ତ

ବାରିପଦା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଅଳଙ୍କୃତ କରିବାର ଦୀର୍ଘ ୧୮ମାସ ପରେ ଦ୍ୱିତୀୟ ଥର ପାଇଁ ଆଜି ନିଜ ଜିଲ୍ଲା ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି। ସେଥିପାଇଁ ସମଗ୍ର ମୟୂରଭଞ୍ଜ ଜିଲ୍ଲା ଚଳଚଞ୍ଚଳ ହୋଇ ଉଠିଛି। ବାରିପଦା ସମେତ କୁଳିଅଣା, ରାଇରଙ୍ଗପୁର, ପାହାଡ଼ପୁର ଓ ବାଦାମପାହାଡ଼ ଆଦି ସ୍ଥାନରେ ଚାଲିଛି ଜୋରଦାର ପ୍ରସ୍ତୁତି। ସମୟ ଯେତେ ପାଖେଇ ପାଖେଇ ଆସୁଛି ଜନସାଧାରଣଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ବଢ଼ି ଚାଲିଛି। ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେବା ପୂର୍ବରୁ ଦ୍ରୌପଦୀ ମୁର୍ମୁ ୨୦୨୨ ଜୁନ ୨୨ତାରିଖରେ ନୂଆ ଦିଲ୍ଲୀ ଯାଇଥିଲେ। ତେବେ ଦ୍ରୌପଦୀ ମୁର୍ମୁ ଭାରତର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀକୁ ଅଳଙ୍କୃତ କରିବା ପରେ ପ୍ରଥମ ଥର ମେ ୪, ୫ ଓ ୬ତାରିଖରେ ଗସ୍ତରେ ଆସିଥିଲେ। ଏଥିପରେ ସୋମବାର ଓ ମଙ୍ଗଳବାର ଦୁଇ ଦିନ ପାଇଁ ଦ୍ୱିତୀୟ ଥର ମୟୂରଭଞ୍ଜକୁ ଆସୁଛନ୍ତି। ଏହି ଗସ୍ତ ଅବସରରେ ସବୁଠି ଚଳଚଞ୍ଚଳତା।

gpkandhamal

ନଭେମ୍ବର ୨୦ତାରିଖରେ ଦିଲ୍ଲୀ ସ୍ଥିତ ପାଲାମ ଏୟାରପୋର୍ଟରୁ ଉଡାଜାହାଜ ଯୋଗେ ପଶ୍ଚିମବଙ୍ଗର ରାଜ୍ୟର କୋଲଇକୁଣ୍ଡା ବାୟୁସେନାର ଏୟାରବେଶରେ ଆସି ପହଁଚିବେ। ଏଥିପରେ ବାୟୁସେନାର ସ୍ବତନ୍ତ୍ର ହେଲିକେପ୍ଟର ଯୋଗେ ବାରିପଦାର ରିଜର୍ଭ ପୁଲିସ ପଡିଆର ଅସ୍ଥାୟୀ ହେଲିପ୍ୟାଡରେ ୧୦:୫୫ରେ ପହଞ୍ଚିବେ। ସେଠାରୁ ବାହାରି ସହିଦ ସ୍ମୃତି ଭବନରେ ଅନୁଷ୍ଠିତ ୩୬ତମ ସର୍ବ ଭାରତୀୟ ସାନ୍ତାଳୀ ଲେଖକ ସମ୍ମିଳନୀ ଓ ସାହିତ୍ୟ ମହୋତ୍ସବ କାର୍ଯ୍ୟକ୍ରମରେ ୧୧ଟା ୨୫ରେ ଯୋଗ ଦେବେ। ସେଠାରୁ ବାହାରି ସଡକପଥରେ କୁଳିଅଣା ବ୍ଲକର ପାଣିଜିଆ ଠାରେ ହୋଇଥିବା ନୂତନ ଏକଲବ୍ୟ ଆବାସିକ ବିଦ୍ୟାଳୟର ୨ଟା ୩୫ମିନିଟରେ ଉଦଘାଟନ କରିବେ। ଏଥିପରେ ସେଠାରୁ ବାହାରି ବାରିପଦା ସର୍କିଟ ହାଉସରେ ମଧ୍ୟାହ୍ନ ଭୋଜନ କରି ସାମାନ୍ୟ ବିଶ୍ରାମ ପରେ ଅପରାହ୍ନରେ ହେଲିକେପ୍ଟର ଯୋଗେ ରାଇରଙ୍ଗପୁର ଗସ୍ତ କରି ୪ଟା ୫୫ମିନିଟରେ ପହଞ୍ଚିବେ। ଏଥିପରେ ରାଇରଙ୍ଗପୁର ଡାକବଙ୍ଗଳା ଠାରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଭାବ ବିନିମୟ କରିବାର କାର୍ଯ୍ୟକ୍ରମ ରହିଛି। ରାଇରଙ୍ଗପୁର ସ୍ଥିତ ନିଜ ବାସଭବନରେ ରାତ୍ରି ରହଣି କରିବାର କାର୍ଯ୍ୟକ୍ରମ ରହିଛି। ନଭେମ୍ବର ୨୧ରେ ରାଇରଙ୍ଗପୁର ବାସଭବନରୁ ବାହାରି ନିଜ ଶାଶୁଘର ଗ୍ରାମ ପାହାଡପୁରରେ ୮:୧୫ରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଭାବ ବିନିମୟ କରିବେ। ଏଥିପରେ ଏସଏଲଏସ ସ୍କୁଲ ପରିଦର୍ଶନ ସହ ସ୍ୱାମୀ ଶ୍ୟାମ ଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ପୁଷମାଲ୍ୟ ଅର୍ପଣ କରିବେ। ଏଥିପରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହିତ ସମୟ ଅତିବାହିତ କରି ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ।

Umasankar Adv
Leave A Reply

Your email address will not be published.