ଆଜି ପଞ୍ଚୁକ ବ୍ରତର ତୃତୀୟ ଦିନ; ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

ପୁରୀ: ଆଜି ପଞ୍ଚୁକର ତୃତୀୟ ଦିନ। କାର୍ତ୍ତିକ ମାସ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଆଡ଼ିକିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେଉଛି। ଏହି ବେଶରେ ଠାକୁର ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକ ମାନେ ଏହି ବେଶ କରିଥାନ୍ତି। ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତ୍ତାକର୍ଷକ ବେଶ ଦର୍ଶନ କଲେ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି । ଏହି ବେଶ ଦେଖିବାକୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି ।

gpkandhamal

ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ଲାଗି ସ୍ୱତନ୍ତ୍ର ବାୟୋ ଟଏଲେଟ, ବ୍ୟାରିକେଡରେ ବିଶୁଦ୍ଧ ପିଇବା ପାଣି ବ୍ୟବସ୍ଥା ହୋଇଛି । ସେହିପରି ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ହେଲପ ଡେସ୍କ ଓ ବିଶ୍ରାମ ପାଇଁ ବ୍ୟବସ୍ଥା କରାଯାଇଛି ।

Umasankar Adv
Leave A Reply

Your email address will not be published.