ସୃଷ୍ଟି ହେଲା ଗଭୀର ଅବପାତ ; ୨୪ଘଣ୍ଟାରେ ବାତ୍ୟା !

ଡେସ୍କ : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ଗତ ୬ଘଣ୍ଟାରେ ଘଣ୍ଟା ପ୍ରତି ୧୩ କିମି ବେଗରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ଘନୀଭୂତ ହୋଇ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଗଭୀର ଅବପାତରେ ପରିଣତ ହୋଇଛି । ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରବିବାର ୩ ତାରିଖରୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ତେବେ ୫ରୁ  ବର୍ଷାର ବିସ୍ତୃତି ବଢିବ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳବର୍ଷାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଏବଂ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

gpkandhamal

ସମ୍ଭାବ୍ୟ ବାତ୍ୟା ଉତ୍ତର-ପଶ୍ଚିମ ଦିଗରେ ଗତି କରି ୪ତାରିଖ ଅପରାହ୍ଣରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ତାମିଲନାଡୁ ଉପକୂଳରେ ପହଞ୍ଚିବ। ପରବର୍ତ୍ତୀ ସମୟରେ ଉତ୍ତର ଦିଗରେ ବାତ୍ୟା ସମାନ୍ତରାଳ ଭାବେ ଗତିପଥ ବଜାୟ ରଖି ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ୫ତାରିଖ ଅପରାହ୍ଣରେ ପହଞ୍ଚିବ। ସେଠାରେ ନେଲୋର ଏବଂ ମଚ୍ଛଲିପଟନମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟା ପ୍ରତି ପବନର ବେଗ ୮୦କି.ମିରୁ ୯୦କି.ମି ବହିବ। ସ୍ଥଳବିଶେଷରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୧୦୦ କି.ମି ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି।

Umasankar Adv
Leave A Reply

Your email address will not be published.