ରାଜ୍ୟରେ ହାଲୁକା କୁହୁଡ଼ି ସାଙ୍ଗକୁ କମିବ ତାପମାତ୍ରା

ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ହେବା ଆରମ୍ଭ ହୋଇଛି। ଆସନ୍ତା ୨ ଦିନ ମଧ୍ୟରେ ଆହୁରି ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ରାତିର ତାପମାତ୍ରା କମିବାକୁ ଥିବାରୁ ଥଣ୍ଡା ବଢ଼଼ିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବର୍ତ୍ତମାନ ଓଡ଼ିଶା ଉପରେ କୌଣସି ପାଣିପାଗ ନିୟାମକ ନ ଥିବା ବେଳେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଦିନର ତାପମାତ୍ରା ସ୍ୱାଭାବିକଠାରୁ ସାମାନ୍ୟ ଉପରେ ରହିଲେ ମଧ୍ୟ ରାତିରେ ତାପମାତ୍ରା କମ୍‌‌ ରହିବ। ଅଧିକାଂଶ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମି ସ୍ୱାଭାବିକ ତାପମାତ୍ରା ବା ସ୍ୱାଭାବିକ ଶୀତ ଅନୁଭୂତ ହେବ। ଅନ୍ୟପଟେ ଦିନରେ ତାପମାତ୍ରା ଅଧିକ ରହୁଥିବା ସହ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ରହୁଛି। ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହେଉଛି।

ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଏବଂ କୋରାପୁଟ ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହୋଇଛି। ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ସର୍ବାଧିକ ୩୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ କୋରାପୁଟରେ ସର୍ବନିମ୍ନ ୧୧.୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

Umasankar Adv
Leave A Reply

Your email address will not be published.