ଆଜି ଶ୍ରୀମନ୍ଦିିରରେ ଓଢଣଷଷ୍ଠୀ: ଶୀତ ପାଇଁ ମହାପ୍ରଭୁ ପିନ୍ଧିବେ ଶୀତବସ୍ତ୍ର

ପୁରୀ : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଓଢଣ ଷଷ୍ଠୀ ନୀତି। ପ୍ରବଳ ଶୀତ ପଡୁଥିବାରୁ ମହାପ୍ରଭୁ ଆଉ ଶୀତ ସହିପାରୁନାହାନ୍ତି। ତେଣୁ ଆଜିଠୁ ଘୋଡଲାଗି ହେବେ ଶ୍ରୀଜୀଉ । ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ହେବ ଓଢଣ ଷଷ୍ଠୀ ନୀତି । ଶ୍ରୀମନ୍ଦିରରେ ପାଳିତ ହେଉଥିବା ଦ୍ୱାଦଶ ଯାତ୍ରାମାନଙ୍କ ମଧ୍ୟରୁ ଏହି ଯାତ୍ରା ଅନ୍ୟତମ ।

gpkandhamal

ମାର୍ଗଶିର ଶୁକ୍ଳପକ୍ଷ ଷଷ୍ଠୀ ଓଢ଼ଣ ଷଷ୍ଠୀ ନାମରେ ପରିଚିତ । ଶୀତର ପ୍ରକୋପ କମି ଆସିଲେ ସାଧାରଣ ଲୋକେ ଯେପରି ପତଳା ଋଦର ଓ ଜାମା ପରିଧାନ କରିଥାନ୍ତି, ମହାପ୍ରଭୁ ସେହିପରି ବସନ୍ତ ପଞ୍ଚମୀଠାରୁ ଦୋଳପୂର୍ଣ୍ଣିମା ପର୍ୟ୍ୟନ୍ତ ଜାମା ବା ଟେକାପୋଡ଼ ପରିଧାନ କରିଥାନ୍ତି । । ଶ୍ରୀମନ୍ଦିରରେ ପାଳିତ ହେଉଥିବା ପ୍ରସିଦ୍ଧ ‘ଦ୍ଵାଦଶ ଯାତ୍ରାମାନ’ଙ୍କ ମଧ୍ୟରୁ ଏହି ଯାତ୍ରା ଅନ୍ୟତମ । ଯାତ୍ରାଭାଗବତରେ ଉଲ୍ଲେଖ ରହିଛି, ମାନବ ସର୍ବାଭିଷ୍ଟ ଫଳପ୍ରାପ୍ତି ନିମନ୍ତେ ଜଗଦୀଶ୍ବରଙ୍କୁ ମାର୍ଗଶିର ମାସ ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଉତ୍ତମ ବସ୍ତ୍ରମାନଙ୍କ ଦ୍ଵାରା ଆଚ୍ଛାଦିତ କରିବା ବିଧେୟ । ସେହିପରି ସ୍କନ୍ଦ ପୁରାଣ, ବାମଦେବ ସଂହିତା ଓ ନୀଳାଦ୍ରିମହୋଦୟାଦି ଗ୍ରନ୍ଥଗୁଡ଼ିକରେ ମଧ୍ୟ ମହାପ୍ରଭୁଙ୍କର ଏହି ପ୍ରିୟ ଯାତ୍ରା ସମ୍ବନ୍ଧରେ ଉଲ୍ଲେଖ ରହିଛି ଏହି ଉତ୍ସବ ମାର୍ଗଶୀର ଶୁକ୍ଳ ଷଷ୍ଠୀ ତିଥିରେ ପାଳିତ ହେଉଥିଲେ ମଧ୍ୟ ଏହାର ଅଧିବାସ ବିଧି ତାହାର ପୂର୍ବଦିନ ପଞ୍ଚମୀ ତିଥିରେ ଅନୁଷ୍ଠିତ ହୋଇଥାଏ । ପଞ୍ଚମୀ ଦିନ ମହାପ୍ରଭୁଙ୍କର ରାତ୍ର ଚନ୍ଦନଲାଗି ବଢ଼ିବା ପରେ ପତନି, ଘୋଡ଼, ଖଣ୍ଡୁଆ ଘୋଡ଼, ପାଗ, ମଦନମୋହନଙ୍କ କବରି, ବିମଳା, ଶ୍ରୀଦେବୀ ଓ ଭୂଦେବୀଙ୍କ ଘୋଡ଼ ଭୋଗମଣ୍ଡପ ଘରେ ଅଧୁବାସ ପାଇଁ ରହିଥାଏ।ଏହା ଆଗରୁ ଭୋଗମଣ୍ଡପ ଘର ଧୋପଖାଳ ହୋଇ ଚାନ୍ଦୁଆ ବନ୍ଧା ଯାଇଥାଏ । ପୂଜାପଣ୍ଡାଙ୍କ ଦ୍ଵାରା କଟାଯାଇଥିବା ତିନିଗୋଟି ମଣ୍ଡଳ ଉପରେ ଚାଙ୍ଗଡ଼ାରେ ଘୋଡ଼ମାନଙ୍କୁ ରଖାଯିବା ପରେ ଅଧିବାସ କର୍ମ ବଢ଼ିଥାଏ । ଏହାପରେ ଦ୍ଵାର ବନ୍ଦ କରାଯାଇ ମୁଦ ଦିଆଯାଇଥାଏ । ବଡ଼ସିଂହାର ଭୋଗ ସରି ଠାକୁରମାନଙ୍କର ମୈଲମ ବଢ଼ିବା ପରେ ପାଣିପଡ଼ି ମହାସ୍ନାନ ବଢ଼େ ଏହାପରେ ଠାକୁରମାନେ ଝିନ ପତନି ଲାଗି ହୁଅନ୍ତି । ସର୍ବାଙ୍ଗଲାଗି ବଢ଼ିବା ପରେ ପଇଡ଼, ବିଡ଼ିଆ, ଘଷାମଣୋହି – ବଢ଼ି ଆଳତି ହେବା ପରେ ପହୁଡ଼ ହୋଇଥାଏ । ଏହି ଦିନ ଅଧୁବାସ ଯୋଗୁଁ ପୁଷ୍ପାଞ୍ଜଳି ଠାକୁର ବିଜେ ହୁଅନ୍ତି ନାହିଁ ।

Umasankar Adv
Leave A Reply

Your email address will not be published.