ତିନି ଦିନ ପ୍ରବଳ ବର୍ଷା: ମାଲକାନଗିରି, କୋରାପୁଟ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ବର: ଗତକାଲି ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ସକାଳ ସମୟରେ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ନିକଟରେ ଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ୩୦ ତାରିଖ(ଶୁକ୍ରବାର) ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଚିହ୍ନିତ କ୍ଷେତ୍ରରେ ପରିଣତ ହେବ। ଏହାପରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଅଭିମୁଖେ ଗତି କରିବା ସହ ଆସନ୍ତା ଦୁଇ ଦିନରେ ଅବପାତରେ ପରିଣତ ହେବ। ପ୍ରଭାବରେ ସେପ୍ଟେମ୍ବର ୧ ପୂର୍ବାହ୍ନ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Leave A Reply

Your email address will not be published.