୩ ମାସ ମଧ୍ୟରେ ସବୁ ଓଡ଼ିଆ ପରିବାରଙ୍କ ପାଖରେ ପହଞ୍ଚିବ ‘ଆୟୁଷ୍ମାନ ଭାରତ’ କାର୍ଡ

କଟକ: ଓଡ଼ିଶାର ବିକାଶ ଇତିହାସରେ ଆଜି ଗୋଟିଏ ଫର୍ଦ୍ଦ ଯୋଡ଼ି ହୋଇଯାଇଛି। ରାଜ୍ୟର ୧ କୋଟି ୩ ଲକ୍ଷ ପରିବାର ପାଇଁ ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’ ଓ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ଏବଂ ‘ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା’ ଲାଗୁ ହୋଇଯାଇଛି। ଏହି ସ୍ବାସ୍ଥ୍ୟ କାର୍ଡ ଓଡ଼ିଶା ସହିତ ରାଜ୍ୟ ବାହାରେ ଥିବା ୨୯ ହଜାର ଡାକ୍ତରଖାନାରେ କାମ କରିବ। ଏହି କାର୍ଡଗୁଡ଼ିକ ଆଗାମୀ ୩ ମାସ ମଧ୍ୟରେ ସମସ୍ତଙ୍କର ପାଖରେ ପହଞ୍ଚିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।  କଟକ ବାଲିଯାତ୍ରା ତଳପଡ଼ିଆରେ ଜନସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ୬ ବର୍ଷ ଆଗରୁ ଲାଗୁ ହେବାର ଥିଲା। କିନ୍ତୁ ତତ୍କାଳୀନ ସରକାର ଏହାକୁ ଲାଗୁ କରିନଥିଲେ। ରାଜ୍ୟରେ ନୂଆ ସରକାର ଆସିବାର ବର୍ଷେ ନପୁରୁଣୁ ପରେ ଏହି ଯୋଜନା ଲାଗୁ ହୋଇପାରିଛି। ଏଥି ସହିତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ମଧ୍ୟ ଆରମ୍ଭ ହୋଇଯାଇଛି। ଓଡ଼ିଶା ବାହାରେ ରହୁଥିବା ଓଡ଼ିଆ ଲୋକମାନେ ମଧ୍ୟ ଏହି ଯୋଜନାରୁ ଲାଭବାନ ହେବେ। ଏହା ପୁଣି ନିଃଶୁଳ୍କ ମାଧ୍ୟମରେ। 

Leave A Reply

Your email address will not be published.