ପ୍ରଶାନ୍ତ ଶତପଥୀଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ପରିବାରକୁ ୨୦ ଲକ୍ଷର ସହାୟତା କଲେ ଘୋଷଣା

ବାଲେଶ୍ୱର : ପହଲଗାମ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ବାଲେଶ୍ୱରରେ ପ୍ରଶାନ୍ତ ଶତପଥୀଙ୍କ ମରଶରୀର ଆଜି ନିଜ ଗ୍ରାମରେ ପହଞ୍ଚିଛନ୍ତି । ସାରା ଗାଁ ଶୋକରେ ବୁଡିଛି, ଆଉ ପ୍ରଶାନ୍ତଙ୍କ ଶେଷ ଦର୍ଶନ ପାଇଁ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶେଷ ଦର୍ଶନରେ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ଅନ୍ୟ କିଛି ଦଳୀୟ ନେତା । ମୁଖ୍ୟମନ୍ତ୍ରୀ ପ୍ରଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଶେଷ ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ନିଜେ ଭାବବିହ୍ୱଳ ହୋଇପଡିଥିଲେ ।  ଏଭଳି ବର୍ବର କାଣ୍ଡକୁ କଡା ନିନ୍ଦା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି କି, ପ୍ରଶାନ୍ତଙ୍କ ପତ୍ନୀଙ୍କ ପାଇଁ ସରକାରୀ ଚାକିରିର ବ୍ୟବସ୍ଥା କରାଯିବ ।  ଏହା ସହିତ ତାଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଅନ୍ୟପଟେ ଶୋଭା ଯାତ୍ରାରେ ବାହାରିଲା ପ୍ରଶାନ୍ତ ଶତପଥୀଙ୍କ ମରଶରୀର ।  ଜନ୍ମମାଟିରେ ହେବ ପ୍ରଶାନ୍ତ ଶତପଥୀଙ୍କ ଶେଷକୃତ୍ୟ । ଅନ୍ତିମ ଯାତ୍ରାରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି  । ମଙ୍ଗଳବାର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିଲେ ପ୍ରଶାନ୍ତ । ମୃତଦେହ ପହଞ୍ଚିବା ପରେ ବାଲେଶ୍ବର ଜିଲ୍ଲାର ରେମୁଣା ଇଷାଣୀ ଗାଁରେ ଶୋକର ଛାୟା ।  କାନ୍ଦବୋବାଳିରେ ଫାଟି ପଡୁଛି ପରିବାର । ବିଳମ୍ବିତ ରାତିରେ ପ୍ରଶାନ୍ତଙ୍କ ମର ଶରୀର ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲା ।  ସେଠାରେ ସରକାରଙ୍କ ପକ୍ଷରୁ ମୃତଦେହ ଗ୍ରହଣ କରିଥିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ । ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । କନକ ବର୍ଦ୍ଧନ କହିଛନ୍ତି, ପହଲଗାମ ଗୁଳିକାଣ୍ଡ ଭୀରୁତା ।  ପ୍ରଧାନମନ୍ତ୍ରୀ ମୋଦି ଓ ଗୃହ ମନ୍ତ୍ରୀ ଅମିତ ଶାହ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବେ ।  ଆଜି ପ୍ରଶାନ୍ତଙ୍କ ଗାଁକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତକାଲି ପ୍ରଶାନ୍ତଙ୍କ ଗାଁରେ କ୍ୟାଣ୍ଡେଲ ଶୋଭାଯାତ୍ରା ହୋଇଥିଲା ।

Leave A Reply

Your email address will not be published.