ଭୁବନେଶ୍ବର: ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ବ୍ରହ୍ମପୁରରେ ଡେରା ପକାଇଛି କ୍ରାଇମବ୍ରାଞ୍ଚ ଟିମ୍ । ଗୋପାଳ ଦାସର ପରିବାରକୁ କ୍ରାଇମବ୍ରାଞ୍ଚ ବ୍ରହ୍ମପୁରରେ ପଚରାଉଚରା କରିଛି । ଗୋପାଳର ବଡ଼ଭାଇ ସହ ପୁତୁରାକୁ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ । ଗତକାଲି ଟାଉନ ଥାନାରେ ପଚରାଉଚରା କରିଥିବା ସୂଚନା ରହିଛି । ଗୋପାଳଙ୍କ ପରିବାର ପକ୍ଷରୁ ଏନେଇ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।
ଦୁଇଦିନ ଭିତରେ ୫ଜଣଙ୍କୁ ପଚରାଉଚରା କରାଯାଇଛି ଏବଂ ସେମାନଙ୍କ ବୟାନ ରେକର୍ଡ କରାଯାଇଛି । ଗୋପାଳଙ୍କ ଭାଇଙ୍କ ସତ୍ୟ ନାରାୟଣ ବୋଲି ଜଣାପଡିଥିବା ବେଳେ ସେ ଝାରସୁଗୁଡାରେ ହୋଟେଲ୍ କରିଥିଲେ । ଗୋପାଳଙ୍କ ଭାଇ ସତ୍ୟ ନାରାୟଣଙ୍କୁ ବ୍ରହ୍ମପୁର ଟାଉନ ଥାନାକୁ ଡାକି ପଚରାଉଚରା କରାଯାଇ ତାଙ୍କ ବୟାନ ରେକର୍ଡ କରାଯାଇଛି । ତେବେ ସତ୍ୟନାରାୟଣ ଝାରସୁଗୁଡ଼ାରେ ହୋଟେଲ କରିଥିଲେ ।

କିନ୍ତୁ ହତ୍ୟାକାଣ୍ଡ ପୂର୍ବରୁ ସେ ହୋଟେଲ ବନ୍ଦ କରିବା ସହ ଝାରସୁଗୁଡ଼ା ଛାଡ଼ିଦେଇଥିଲେ । ତେଣୁ ସତ୍ୟନାରାୟଣ ଏହି ହତ୍ୟାକାଣ୍ଡ ବାବଦରେ ପୂର୍ବରୁ ଖବର ପାଇଥିଲେ ବୋଲି ସନ୍ଦେହ କରାଯାଉଛି । ସେନେଇ ତାଙ୍କୁ ଘନଘନ ଜେରା କରାଯାଇଛି । ସେହିପରି ଗୋପାଳଙ୍କ ପୁତୁରା ପ୍ରଦୀପ ଦାସ ଏବଂ ପୁଅ ମନୋଜର ମଧ୍ୟ ବୟାନ ରେକର୍ଡ କରାଯାଇଛି ।
ତେଣୁ ତଦନ୍ତକାରୀ ଟିମ୍ ଏବେ ସେ ସବୁ ଦିଗକୁ ନେଇ ପୁଣି ଥରେ ପଚରାଉଚରା କରୁଛି । ଦୁଇଦିନ ଭିତରେ ୫ଜଣଙ୍କୁ ପଚରାଉଚରା କରାଯାଇଛି ଏବଂ ସେମାନଙ୍କ ବୟାନ ରେକର୍ଡ କରାଯାଇଛି । ଗୋପାଳଙ୍କ ଭାଇ ସତ୍ୟ ନାରାୟଣଙ୍କୁ ବ୍ରହ୍ମପୁର ଟାଉନ ଥାନାକୁ ଡାକି ପଚରାଉଚରା କରାଯାଇ ତାଙ୍କ ବୟାନ ରେକର୍ଡ କରାଯାଇଛି । ତେବେ ସତ୍ୟନାରାୟଣ ଝାରସୁଗୁଡ଼ାରେ ହୋଟେଲ କରିଥିଲେ । ଅନ୍ୟପଟେ ଗୋପାଳର ମୋବାଇଲ ମଧ୍ୟ ଯାଞ୍ଚ କରିଛି କ୍ରାଇମବ୍ରାଞ୍ଚ ଟିମ୍ ।
ଘଟଣାର ୬ମାସ ପୂର୍ବରୁ କଲ ଡିଟେଲ ସଂଗ୍ରହ କରାଯାଉଛି ଘଟଣାର ୬ମାସ ପୂର୍ବରୁ କଲ ଡିଟେଲ ସଂଗ୍ରହ କରାଯାଉଛି । ଏହି ଅବଧି ଭିତରେ ଗୋପାଳ ସହ କଥା ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରୁ କିଛି ନମ୍ବର ସନ୍ଦେହ ଘେରକୁ ଆସିଛି ।