ମାନୁନାହାଁନ୍ତି ମମତା

ଜଳେଶ୍ବର : ମାନୁନାହାଁନ୍ତି ମମତା ।  ଜିଦରେ ଅଟଳ ଦିଦି । ଦୀଘାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପୁଣି ବଡ ବଡ ଅକ୍ଷରରେ ଜଗନ୍ନାଥ ଧାମ ପୋଷ୍ଟର ମରାଯାଇଛି ।  ଦୀଘା ଜଗନ୍ନାଥ ମନ୍ଦିର ଉଦ୍ ଘାଟନ ସମୟରେ ଯେଉଁ ଅସ୍ଥାୟୀ କାଗଜ ଓ ଥର୍ମାକୋଲରେ ସେଲ୍ଫି ପଏଣ୍ଟ କରାଯାଇଥିଲା ସେଥିରେ ଦୀଘା ଜଗନ୍ନାଥ ଧାମ ଲେଖାଥିଲା ।  ନ୍ତୁ ପରବର୍ତ୍ତୀ ସମୟରେ ଜଗନ୍ନାଥ ଧାମ ଶବ୍ଦକୁ ହଟାଇବା ପାଇଁ ଜୋରଦାର ପ୍ରତିବାଦ ଓ ବିବାଦ ଦେଖିବାକୁ ମିଳିଥିଲା ।

ଏହାରି ଭିତରେ ଗତକାଲି ବିଜେପିର ଆଇଟି ସେଲ ମୁଖ୍ୟ ଅମିତ ମାଲବ୍ୟ ଟୁଇଟ କରି ମମତା ଜଗନ୍ନାଥ ଧାମ ଉଠାଇ ନେଇଥିବା ପୋଷ୍ଟ କରିଥିଲେ ।  କିନ୍ତୁ ପ୍ରକୃତରେ ତାହା ସ୍ଥାୟୀ ନଥିଲା, କେବଳ ଦୁଇ ଦିନ ପାଇଁ ଟେଣ୍ଡ୍ ମାଲିକ ସେଲ୍ଫି ପାଇଁ ଲଗାଇ ଥିଲେ । ତେବେ ଦିଦି ମୁଣ୍ଡ ନୁଆଁଇ ଜଗନ୍ନାଥ ଧାମ ଉଠାଇ ନେଇଥିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ପରେ ଗତକାଲି ରାତିରେ ପୁଣି ସ୍ଥାୟୀ ଭାବେ ମନ୍ଦିର ସମ୍ମୁଖରେ ଜଗନ୍ନାଥ ଧାମ ବୋଲି ହୋର୍ଡିଂ ଲଗା ଯାଇଛି ।

Umasankar Adv

ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରି ଜଗନ୍ନାଥ ଧାମ ଲେଖିବାକୁ ନେଇ ବିବାଦ ତେଜିଛି । ପଶ୍ଚିମବଙ୍ଗ ଦୀଘାରେ ନବ ପ୍ରତିଷ୍ଠିତ ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଅଧିକ ଜଟିଳ ହେଉଛି । ଶ୍ରୀକ୍ଷେତ୍ର ବିରୋଧରେ ଏହା ବଡ଼ ଷଡ଼ଯନ୍ତ୍ର ବୋଲି କୁହାଯାଉଛି । ପଶ୍ଚିମବଙ୍ଗର ଟିଏମ୍‌ସି ସରକାର ଏହାକୁ ପ୍ରୋତ୍ସାହିତ କରୁଛି ବୋଲି ଅଭିଯୋଗ ହୋଇଛି ।

Leave A Reply

Your email address will not be published.