କରଞ୍ଜିଆ: କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ ଶକ୍ତି ଯାତ୍ରୀବାହୀ ବସ । ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨୦ରୁ ଅଧିକ ଆହତ ହୋଇ ପୋଲିସ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ କରଞ୍ଜିଆ ମେଡ଼ିକାଲକୁ ସ୍ଥାନାନ୍ତର ହୋଇ ଚିକିତ୍ସିତ ହେଉଛନ୍ତି । ବସ ଟି ବଡ଼ବିଲ ରୁ କରଞ୍ଜିଆ ଫେରୁଥିବା ବେଳେ କିଛି ସମୟ ପୂର୍ବରୁ ଏହି ଦୁର୍ଘଟଣା ଘଟିଛି । ୪୯ ନମ୍ବର ଜାତୀୟ ରାଜପଥର ଚଢ଼େଇଭୋଳ ନିକଟରେ ଏହି ଦୁର୍ଘଟଣା ଘଟିଛି । ବସ-ଟ୍ରକ ମଧ୍ୟରେ ଧକ୍କା ହୋଇଥିବା ଖବର ପାଇ ଅଗ୍ନିଶମ ବାହିନୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ । ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ିନାହିଁ ।