ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ପରୀକ୍ଷା ଫଳ ପ୍ରକାଶନ ନେଇ ଚାଲିଛି ସମସ୍ତ ପ୍ରକ୍ରିୟା । ଆଶା କରେ ଖୁବ ଶୀଘ୍ର ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ। ମେ ମାସ ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ ନେଇ ସୂଚନା ରହିଥିଲା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ପାଖାପାଖି ୩ ଲକ୍ଷ ୯୩ ହଜାର ୬୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬ ଓ ଧନ୍ଦାମୂଳକରେ ୫ହଜାର ୭୨୧ଜଣ ପରୀକ୍ଷା ଦେଇଥିଲେ।।

Leave A Reply

Your email address will not be published.