ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୩୧ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ଼ ।  ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପାସଗର ଉପରେ ଲୋ ପ୍ରେସର ସୃଷ୍ଟି ହେବା ସମ୍ଭାବନା । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବ। ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ଓ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ଆଜିଠାରୁ ଜୁନ ୧ ତାରିଖ ପର୍ଯ୍ୟନ୍ତ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଏହା ସହ ଏକ ଟ୍ରପ ଲାଇନ ମଧ୍ୟ ସକ୍ରିୟ ରହିଛି ।  ପ୍ରବଳ ବର୍ଷା ଓ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ କିଛି କିଛି ସ୍ଥାନରେ ପବନର ବେଗ ୪୦ରୁ ୫୦ କିଲୋମିଟର ଯାଏ ରହିପାରେ । ରାଜ୍ୟରେ ପ୍ରାକ ମୌସୁମୀ ବର୍ଷା ଜାରି ରହିଛି । କିନ୍ତୁ ସୋସିଆଲ ମିଡିଆରେ ଚାଲିଥିବା ବାତ୍ୟା ସୃଷ୍ଟିର କୌଣସି ସମ୍ଭାବନା ନାହିଁ ।  IMD କୌଣସି ବାତ୍ୟା ସୃଷ୍ଟିର ପୂର୍ବାନୁମାନ କରିନାହିଁ ।

057 code kasam
Leave A Reply

Your email address will not be published.