ଭୁଶୁଡ଼ିଲା ପାଟଖଣ୍ଡା ପ୍ରାଥମିକ ବିଦ୍ୟାଳୟ ଛାତ

ବାଲିଗୁଡ଼ା : କନ୍ଧମାଳ ଜିଲା ବାଲିଗୁଡ଼ା ସହର ମଧ୍ୟ ଭାଗରେ ଥିବା ପୁରାତନ ସରକାରୀ ପାଟଖଣ୍ଡା ପ୍ରାଥମିକ ବିଦ୍ୟାଳୟର ପରିସରରେ ଥିବା ଏକ ବିପଦସଙ୍କୁଳ ଗୃହ ଛାତ ଭୁଶୁଡି ପଡ଼ିଛ। ବିଦ୍ୟାଳୟ ବନ୍ଦ ରହିଥିବାରୁ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛ। ଉକ୍ତ ପୁରାତନ ବିଦ୍ୟାଳୟ ପାଟଖଣ୍ଡା ମନ୍ଦିରକୁ ଲାଗି ରହିଛି। ୧୯୬୨ରୁ ସ୍ଥାପିତ ଏହି ବିଦ୍ୟାଳୟଟି ଅଦ୍ୟାବଧି ଆଜବେଷ୍ଟସ୍‌ ଛାଉଣି ଶ୍ରେଣୀ ଗୃହରେ ହିଁ ଶିକ୍ଷାଦାନ କରାଯାଉଛି। ଦୀର୍ଘଦିନ ଧରି ଉକ୍ତ ବିଦ୍ୟାଳୟ ଗୃହ ବିପଦସଙ୍କୁଳ ଅବସ୍ଥାରେ ଥିବା ବେଳେ ଏ ସମ୍ପର୍କରେ ବିଦ୍ୟାଳୟର ପ୍ରଧାନଶିକ୍ଷକମାନେ ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କୁ ଲିଖିତ ଆକାରରେ ବାରମ୍ବାର ଜଣାଇଥିଲେ ମଧ୍ୟ କାହିଁକି ଦୃଷ୍ଟି ଦେଉ ନ ଥିଲେ, ତାହା ଏବେ ଅଭିଭାବକ ମହଲରେ ପ୍ରଶ୍ନ ସୃଷ୍ଟି କରିଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଦାୟିତ୍ୱରେ ଥିବା ରମେଶ ଚନ୍ଦ୍ର ଓଝାଙ୍କୁ ପଚାରିବାରୁ ସେ କହିଛନ୍ତି, ଆମ ବିଦ୍ୟାଳୟ ପରିସରରେ ଥିବା ଗୋଟିଏ ଛାତ ଘରକୁ ଛାଡ଼ିଲେ ସମସ୍ତ ଗୃହ ଅତି ପୁରୁଣା ଓ ଭଙ୍ଗାରୁଜା ହୋଇ ପଡ଼ିରହିଛି। ଅଧିକ ଶ୍ରେଣୀ ଗୃହ ନ ଥିବାରୁ ବାଧ୍ୟ ହୋଇ ଆଜବେଷ୍ଟସ୍‌ ଘରେ ଓ ଏକ ଛାତ ଘର ରହିଛି ତାରି ଭିତରେ ପିଲାଙ୍କୁ ପାଠ ପଢାଉଛୁ। ବର୍ତ୍ତମାନ ବିପଦସଙ୍କୁଳ ଅବସ୍ଥାରେ ଥିବା ଘରଟି ଭାଙ୍ଗି ଯାଇଛି। ପୁରୁଣା ଓ ବିପଦସଙ୍କୁଳ ଘର ମରାମତି କିମ୍ବା ନୂତନ ଗୃହ ନିର୍ମାଣ ସମ୍ପର୍କରେ ଆମେ ବାରମ୍ବାର ଆମ ଉଚ୍ଚ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ଏଥୂପ୍ରତି କେହି ଦୃଷ୍ଟି ଦେଇନାହାନ୍ତି ବୋଲି ମଧ୍ୟ କହିଛନ୍ତି। ତେଣୁ ବିଦ୍ୟାଳୟର ସମସ୍ତ ଗୃହ ନୂତନ ଭାବେ ନିର୍ମାଣ କରିବାକୁ ଅଭିଭାବକ ମହଲରେ ଦାବି ହୋଇଛି।

057 code kasam
Leave A Reply

Your email address will not be published.