ସ୍ନାନ ମଣ୍ଡପରେ ପ୍ରଭୁ ଶ୍ରୀବଳଭଦ୍ର, ପ୍ରଭୁ ଶ୍ରୀସୁଦର୍ଶନ

ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଆରମ୍ଭ ହେଲା ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି। ଧାଡ଼ି ପହଣ୍ଡିରେ ବିଜେ ହେଉଛନ୍ତି ଶ୍ରୀ ଜଗନ୍ନାଥ। ସ୍ନାନ ବେଦୀକୁ ବିଜେ କରୁଛନ୍ତି ଶ୍ରୀ ଜଗନ୍ନାଥ। ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। ଶ୍ରୀମନ୍ଦିର ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ। ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ହାତୀବେଶରେ ଦର୍ଶନ ଦେବେ। ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ ସାରିବା ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରାଙ୍କୁ ଭକ୍ତମାନେ ହାତୀବେଶରେ ଦର୍ଶନ ଦେବେ।

ଏହି ଅପୂର୍ବ ବେଶକୁ ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରିବେ। ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ଦେଖାଯାଇଥିବା ବେଳେ ବଡ଼ଦାଣ୍ଡ ଆଧ୍ୟାତ୍ମିକ ପରିବେଶରେ ଉଛୁଳି ପଡୁଛି। ଦିବ୍ୟ ସ୍ନାନ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ଼ ଲାଗିଛି। ମହାପ୍ରଭୁଙ୍କ ପହଣ୍ଡି ଲାଗି ମଙ୍ଗଳବାର ପ୍ରଥମେ କୋଠ ସୁଆସିଆମାନେ ସିଂହାସନରେ ଚାର ମାଳ ବାନ୍ଧିବା ପରେ ଦଇତାପତିମାନେ ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ସେନାପଟା ଲାଗି କରିଛନ୍ତି।

Umasankar Adv

ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ ।  ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି। ଏଥିପାଇଁ ଶ୍ରୀଜିଉମାନଙ୍କର ନୀତିକାନ୍ତି ଭୋର୍‌ରୁ ଆରମ୍ଭ ହୋଇଯାଇଛି।  ମହାପ୍ରଭୁଙ୍କ ମଙ୍ଗଳର୍ପଣ ସକାଳ ୫.୩୨ ଆରମ୍ଭ ହୋଇଥିଲା ।  ଏହା ପରେ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ୫.୪୫ରେ ଆରମ୍ଭ ହୋଇଥିବା ବେଳେ ବଳଭଦ୍ରଙ୍କ ପହଣ୍ଡି ୫.୫୩ରେ ଆରମ୍ଭ ହେଲା।  ସେହିପରି ମା ସୁଭଦ୍ରାଙ୍କ ପହଣ୍ଡି ୬.୬ ଏବଂ ଜଗନ୍ନାଥ ମହାପ୍ରଭୁଙ୍କର ପହଣ୍ଡି ୬.୨୨ ମିନିଟରେ ଆରମ୍ଭ ହୋଇଥିଲା । ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି ।  ମହାପ୍ରଭୁଙ୍କ ପହଣ୍ଡି, ଜଳଲାଗି ଓ ହାତୀବେଶ ଆଦି ନୀତିକୁ ଶୃଙ୍ଖଳିତ କରିବା ଲାଗି ସେବାୟତ ଓ ପ୍ରଶାସନ ସମସ୍ତେ ପ୍ରସ୍ତୁତ ଅଛନ୍ତି ।

Leave A Reply

Your email address will not be published.