ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ

KANDHAMAL : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନଙ୍କ ସ୍ନାନ ବିଧି ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଠାକୁରମାନଙ୍କୁ ପହଣ୍ଡି କରି ସ୍ନାନମଣ୍ଡପକୁ ଅଣାଯିବା ପରେ ପୁରୋହିତ ସୂର୍ଯ୍ୟ ନାରାୟଣ ଆଚାର୍ଯ୍ୟ ଓ ସୁଧାଂଶୁ ଆଚାର୍ଯ୍ୟ ପୂଜା ନୀତି ଆରମ୍ଭ କରିଥିଲେ। ଏହାପରେ ମନ୍ଦିର ପୂଜକ ଅଚ୍ୟୁତ ପଣ୍ଡା, ଚନ୍ଦ୍ର କାନ୍ତ ପଣ୍ଡା, ମାନସ ପଣ୍ଡା ସମେତ ସମସ୍ତ ପୂଜକମାନେ ୧୦୮ ଢାଳ ସୁବାସିତ ଜଳରେ ଠାକୁରମାନଙ୍କୁ ସ୍ନାନ କରାଯିବା ପରେ ଜଗନ୍ନାଥ ଓ ବଳଭଦ୍ରଙ୍କୁ ହାତୀ ବେଶ କରାଯାଇଥିଲା। ଦେବସ୍ନାନ ପୂର୍ଣ୍ଣିମା ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ପାଳନ କରାଯାଏ ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ।

ମନ୍ଦିର କମିଟି ସଭାପତି ବିନୋଦବିହାରୀ ଦାଶ, ସମ୍ପାଦକ ଅରୁଣ କୁମାର ସଢଙ୍ଗୀ, କୋଷାଧ୍ୟକ୍ଷ ଏସ ଅଶୋକ ପାତ୍ରଟି ଅଶ୍ବିନୀ  ପାତ୍ର, ସନ୍ତୋଷ ଆଚାର୍ଯ୍ୟ, ରୋସନ ପୃଷ୍ଠି,ଦଣ୍ଡପାଣି ପାଢ଼ୀ ସମେତ କମିଟି ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସ୍ନାନଯାତ୍ରା ଦେଖିବା ପାଇଁ ଶ୍ରଦ୍ଧାଳୁମାନଙ୍କ ଗହଳି ଦେଖିବାକୁ ମିଳିଥିଲା। ଦେବସ୍ନାନ ପୂର୍ଣ୍ଣିମା ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ପାଳନ କରାଯାଏ ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ।

Umasankar Adv

ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ। ଆଜି ଦେବସ୍ଥାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟଗନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ। ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ। ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହ୍ମ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଉ ଗଜାନନ ବେଶରେ ସଜ୍ଜିତ କରି ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।

Leave A Reply

Your email address will not be published.