ଯାଜପୁର ଟାଉନ : ଯାଜପୁରରେ ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବନ୍ଦ । ଜିଲ୍ଲାରେ ହଇଜା ଓ ଝାଡ଼ାବାନ୍ତି ସଂକ୍ରମଣ ରୋକିବା ପାଇଁ ଯାଜପୁର ଜିଲ୍ଲାପାଳଙ୍କ ଏଭଳି ନିଷ୍ପତ୍ତି । ବନ୍ଦ ସମୟରେ ବିଦ୍ୟାଳୟକୁ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଯିବାକୁ ନିର୍ଦ୍ଦେଶ । ଏଥିସହ ଏହି ଛୁଟି ସମୟରେ ସମସ୍ତ ବିଦ୍ୟାଳୟରେ ପାନୀୟ ଜଳ ବିଷୋଧନ କରାଯିବ । ପରେ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯିବ । ପିଇବା ଉପଯୋଗୀ ନଥିଲେ ଅନ୍ୟ ବ୍ୟବସ୍ଥା କରାଯିବ ବୋଲି ସୂଚନା ଦେଲେ ଜିଲ୍ଲାପାଳ ।