ଅସ୍ତ୍ରୋପଚାର ପରେ ସୁସ୍ଥ ଅଛନ୍ତି ନବୀନ । ଆଜି ଅଳ୍ପ ଚଲାବୁଲା କରିଛନ୍ତି । ନବୀନଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଚିନ୍ତା କରିଥିବାରୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନଙ୍କ ବଡଭାଇ ପ୍ରେମ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ସେ ଖୁବଶୀଘ୍ର ଆରୋଗ୍ୟ ଲାଭ କରିବେ ବୋଲି ସେ କହିଛନ୍ତି ।
ସୂଚନାଯୋଗ୍ୟ : ୨୨ତାରିଖରେ ମୁମ୍ବାଇ କୋକିଳାବେନ ଧୀରୁ ଭାଇ ଅମ୍ବାନୀ ହସପିଟାଲରେ ହେବ ଅସ୍ତ୍ରୋପଚାର ଚିକିତ୍ସା । ଏଥିପାଇଁ ମୁମ୍ବାଇରେ ଡାକ୍ତରଙ୍କ ସହ ଯୋଗାଯୋଗରେ ଅଛନ୍ତି ପ୍ରଖ୍ୟାତ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା।

ନବୀନଙ୍କ ପାଇଁ ଚାରିଆଡ଼ୁ ଛୁଟିଥିଲା ଆଶୁ ଆରୋଗ୍ୟ କାମନା । ନବୀନ ନିବାସରେ ମହିଳା ନେତ୍ରୀ ମାନେ କଳସ ବସାଇ, ଶଙ୍ଖ ହୁଳହୁଳି ପକାଇ ଶୁଭ ମନାସିଥିଲେ । ସେହିପରି ବିମାନବନ୍ଦରରେ ବିଜେଡିର ବରିଷ୍ଠ ନେତା ଉପସ୍ଥିତ ରହି ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ । ଏୟାରପୋର୍ଟରେ ବିଜେଡି ନେତା ଓ କର୍ମୀଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା ।