ରାଜ୍ୟରେ ୨୮ ତାରିଖ ଯାଏଁ ବର୍ଷା, ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟରେ ୨୮ ତାରିଖ ଯାଏଁ ବର୍ଷା।  ଦକ୍ଷିଣ ଉତ୍ତର ପ୍ରଦେଶରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଯାଏ ଏକ ଟ୍ରଫ ଲାଇନ ରହିଛି ।  ଏହା ମଧ୍ୟପ୍ରଦେଶ ଝାରଖଣ୍ଡ ଏବଂ ଉତ୍ତର ଓଡ଼ିଶା ଦେଇ ଯାଇଛି ।  ସେହିପରି ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ରହିଛି ।

ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି ।  ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।  ବାକି ୧୩ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

Umasankar Adv

ସେହିପରି ଆସନ୍ତା କାଲି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୨୫ ରୁ୨୬ ତାରିଖ ମଧ୍ୟରେ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave A Reply

Your email address will not be published.