ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି । ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଏବଂ ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବର୍ଷା ସମ୍ଭାବନା ନେଇ ଆଲର୍ଟ ଜାରି କରାଯାଇଛି। ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପବନ ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ବଲାଙ୍ଗିର, ସୂବର୍ଣ୍ଣପୁର, ବୌଦ୍ଧ, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଚ ଆଲର୍ଟ ଜାରି କରାଯାଇଛି। ବର୍ଷା ଘଡ଼ଘଡ଼ି ଏବଂ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତା କାଲି ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ପାଇଁ ୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ଥିବାରୁ ଆଜି ସମୁତ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
