ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ । ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ ସେ ପୁରୀ ବାହାରିଛନ୍ତି । ମହାକୁମ୍ଭ ମେଳା ପରେ ପୁରୀ ରଥଯାତ୍ରାରେ ଆଦାନୀ ଗ୍ରୁପ ପକ୍ଷରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ସେବା ପ୍ରଦାନ କରାଯିବ । ଲୋକଙ୍କ ଧାର୍ମିକ ଭାବନାକୁ ସମ୍ମାନ ଦେଇ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଆଦାନୀ ଗ୍ରୁପ ସେବା ଯୋଗାଇବା ପାଇଁ ନିଷ୍ପତ୍ତି ନେଇଛି । ମହାପ୍ରଭୁ ଜଗନ୍ନାଥଙ୍କ ଏହି ନବଦିନାତ୍ମକ ଯାତ୍ରାରେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ । ଏହି ସମୟରେ ଶ୍ରଦ୍ଧାଳୁଙ୍କ ପାଇଁ ସେବା ଯୋଗାଇଦେବା ଉଦ୍ଦେଶ୍ୟରେ ସେ ଆସିଛନ୍ତି ।