ଶରଧାବାଲି ଦଳାଚକଟାକୁ ନେଇ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ ଏଭଳି ଅବହେଳା ଅକ୍ଷମଣୀୟ

ପୁରୀ: ପୁରୀ ଶରଧାବାଲି ଦଳାଚକଟା ପାଇଁ ଜଗନ୍ନାଥ ପ୍ରେମୀଙ୍କୁ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ।  ମୁଁ ଏବଂ ମୋ ସରକାର କ୍ଷମା ପ୍ରାର୍ଥନା କରୁଛୁ ।  ଏଭଳି ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ମୃତକଙ୍କ ପରିବାର ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଗଭୀର ସମବେଦନାଜଣାଇଛନ୍ତି ।  ଏଭଳି ଦାରୁଣ ଦୁଃଖକୁ ସହିବା ନିମନ୍ତେ ମହାପ୍ରଭୁ ଶକ୍ତି ଦିଅନ୍ତୁ ।

ସୂଚନା ଅନୁସାରେ ଆଜି ସକାଳୁ ପୁରୀ ଶରଧାବାଲିରେ ଠେଲାପେଲା ଦଳାଚକଟାରେ ତିନି ଜଣ ଭକ୍ତଙ୍କ ଜୀବନ ଯାଇଛି । ସେମାନଙ୍କ ଭିତରୁ ଦୁଇ ଜଣ ପୁରୁଷ ଥିବା ବେଳେ ଜଣେ ମହିଳାଙ୍କ ମୃତ୍ୟ ହୋଇଛି । ମୃତକମାନେ ହେଲେ ଖୋର୍ଦ୍ଧା ଗୋବର୍ଦ୍ଧନପୁର ଅଞ୍ଚଳର ବାସନ୍ତୀ ସାହୁ , ନୟାପଲ୍ଲୀ ଅଞ୍ଚଳର ପ୍ରେମକାନ୍ତ ମହାନ୍ତି ଏବଂ ବାଲିପାଟଣା ଅଠାନ୍ତର ଅଞ୍ଚଳର ପ୍ରଭାତୀ ଦାସ ।

Umasankar Adv

ସୂଚନା ଅନୁସାରେ ଶରଧାବାଲିରେ ୩ ରଥ ଲାଗିବା ପରେ ଠାକୁରଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲେ । ରାତି ସମୟରେ ଭିଡ଼ ବଢ଼ି ଚାଲିଥିଲା । ତେବେ ରାତି ପ୍ରାୟ ୧୨ଟା ୧୫ ବେଳକୁ ଠାକୁରଙ୍କ ପହୁଡ଼ ପଡ଼ିଯାଇଥିଲା, ଯାହା ପୂର୍ବ ବର୍ଷଗୁଡ଼ିକ ତୁଳନାରେ ଶୀଘ୍ର ହୋଇଥିଲା । ତେବେ ଆଜି ଭୋର ୪ ସମୟରେ ଦର୍ଶନ ପାଇଁ ଆସିଥିବା ହଜାର ହଜାର ଶ୍ରଦ୍ଧାଳୁଙ୍କ ଜନସମାଗମ ଯୋଗୁଁ ଦଳାଚକଟା ହୋଇଛି । ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି ।  ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ହସ୍ପିଟାଲରେ ପ୍ରାଣ ହରାଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ପୁରୀ ହସ୍ପିଟାଲ ଅଧୀକ୍ଷକ ଡାକ୍ତର ପବିତ୍ର ମୋହନ ମଲ୍ଲିକ। ତେବେ ଏହି ଅଘଟଣରେ ମୃତ୍ୟୁ କରିଥିବା ସମସ୍ତ ଶ୍ରଦ୍ଧାଳୁ ଖୋର୍ଦ୍ଧା ଜିଲ୍ଲାର ।

ତେବେ ପ୍ରତ୍ୟେକ୍ଷଦର୍ଶୀଙ୍କ କହିବା କଥା ଜଗା ଦର୍ଶନ ବେଳେ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଠେଲାପେଲା ହୋଇଥିଲା । ପହଡ଼ ଖୋଲିବା ପରେ ଦର୍ଶନ ପାଇଁ ଭିଡ଼ ଲାଗିଥିଲା । ଭିଡ଼ ଭିତରେ ଗୁଣ୍ଡିଚା ମନ୍ଦିରରେ ଲାଗିଥିଲା ଟ୍ରକ । ଯେଉଁ ଟ୍ରକରେ ଚାରମାଳ କାଠ ଆସିଥିଲା । ଠେଲାପେଲା ଭିତରେ କାଠ ଉପରେ ପଡ଼ିଥିଲେ ଭକ୍ତ । କିଛି ଭକ୍ତଙ୍କ ଉପରେ ଚଢ଼ିଯାଇଥିଲେ ଅନ୍ୟ ଭକ୍ତ । ଫଳରେ ଏକ ବଡ଼ ଅଘଟଣ ଘଟିଗଲା । ଯେଉଁଥିରେ ୩ ଜଣ ଭକ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ, ପ୍ରାୟ ୫୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି ।

Leave A Reply

Your email address will not be published.