ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଅସୁସ୍ଥ|

କୋଲକାତା(ଓଡିଶା ସମାଚାର ନ୍ୟୁଜ ):ବିସିସିଆଇ ଅଧ୍ୟକ୍ଷ ତଥା ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଅସୁସ୍ଥ ହୋଇଥିବା ଜଣାଯାଇଛି ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଜିମରେ ବ୍ୟାୟାମ କରୁଥିବା ବେଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସନ୍ଧ୍ୟାରେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯିବ ଏବଂ ଏହାପରେ ସୌରଭ ଗାଙ୍ଗୁଲି ହସ୍ପିଟାଲରୁ ଘରକୁ ଫେରିବେ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.