ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କର ଦେହାନ୍ତ

କଟକ(ଓଡିଶା ସମାଚାର ନ୍ୟୁଜ) : ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କର ବୁଧବାର ଅପରାହ୍ନରେ ପରଲୋକ ଘଟିଛି। ଆଜି ଏସସିବି କୋଭିଡ୍ ହସ୍ପିଟାଲରେ ପ୍ରକାଶ ରାଓଙ୍କର ପରଲୋକ ହୋଇଛି। କରୋନା ଆକ୍ରାନ୍ତ ହେବାପରେ ଦୀର୍ଘ ୨୦ ଦିନ ଧରି ସେ କଟକ ବଡ ଡାକ୍ତରଖାନାର କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖୋଳି ଯାଇଛି।​‌
ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଗତ ୨୫ ତାରିଖରେ ଅସୁସ୍ଥ ହୋଇପଡ଼ିଥିଲେ। ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଶ୍ୱାସକ୍ରିୟାରେ ସମସ୍ୟା ହେଉଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିଲା। ଅକ୍ସିଜେନ ଲେବୁଲ କମ୍‌ ରହୁଥିବାରୁ ତାଙ୍କୁ ଅକ୍ସିଜେନ ସପୋର୍ଟ ଦିଆଯାଇଥି​ଲା​‌। ତାଙ୍କ ଚିକିତ୍ସା ପାଇଁ ଏକ ସ୍ବତନ୍ତ୍ର ଡାକ୍ତରୀଦଳ ଗଠନ କରାଯାଇଥିଳା। ଏ ନେଇ ସୂଚନା ଦେଇଛନ୍ତି ଏସସିବି ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା।

Leave A Reply

Your email address will not be published.