ହ୍ରାସ ପାଉଛି କରୋନା ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ(ଓଡିଶା ସମାଚାର ନ୍ୟୁଜ): ଦେଶରେ କରୋନା ଆକ୍ରାନ୍ତଙ୍କ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖାଯାଉଛି। ଚିକିତ୍ସାଧୀନ ଅବସ୍ଥାରେ ୧୯୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ,୫୧,୭୨୭ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂକ୍ୟା ୧,୦୫,୧୨,୦୯୩କୁ ବୃଦ୍ଧି ପାଇଛି। ୧,୦୧,୪୬,୭୬୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୧୩,୬୦୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।ଦେଶରେ ୨୪ ଘଣ୍ଟାରେ ୧୬,୯୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave A Reply

Your email address will not be published.