ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ

ଭୁବନେଶ୍ୱର(ଓଡିଶା ସମାଚାର ନ୍ୟୁଜ): ଆସନ୍ତା ୨୬ ତାରିଖରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଭୁବନେଶ୍ବରରେ ଜାତୀୟ ପତାକା ଉତ୍ତୋଳନ କରିବେ। ସେ ସମବେତ ପରେଡ୍‌ରେ ସେ ଅଭିବାଦନ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ରାଜ୍ୟ ଗୃହ ବିଭାଗ ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ କଟକରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜା‌ରୀ, ପୁରୀରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅନୁଗୁଳରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, କଳାହାଣ୍ଡିରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଗଞ୍ଜାମରେ ପଦ୍ମନାଭ ବେହେରା ଓ ବାଲେଶ୍ବରରେ ପ୍ରତାପ ଜେନା ଜାତୀୟ ପତାକା ଉତ୍ତୋଳନ କରିବେ।
ସେହିପରି ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆର୍‌ଡିସି, ରାଉରକେଲାରେ ଉତ୍ତରାଞ୍ଚଳ ଆର୍‌ଡିସି, ଖୋର୍ଦ୍ଧାରେ କେନ୍ଦ୍ରାଞ୍ଚଳ ଆର୍‌ଡିସି ଏବଂ ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଝା‌ରସୁଗୁଡ଼ା, କେନ୍ଦ୍ରାପଡ଼ା, ନୂ୍ଆପଡ଼ା, ସୁବର୍ଣ୍ଣପୁର ଓ ଜଗତସିଂହପୁରରେ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିବେ

Leave A Reply

Your email address will not be published.