ଦିନକରେ ୧୬୩ ମୃତ,୧୪ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ(ଓଡିଶା ସମାଚାର ନ୍ୟୁଜ): ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୬୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୩୨କୁ ବୃଦ୍ଧି ପାଇଛି । ଦିନକରେ ୧୪ ହଜାର ୫୪୫ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

gpkandhamal

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୬ ଲକ୍ଷ ୨୫ ହଜାର ୪୨୮କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୮ ହଜାର ୬୬୮ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୨ ଲକ୍ଷ ୮୩ ହଜାର ୭୦୮ରେ ପହଞ୍ଚିଛି । ଏହାସହ ଦେଶରେ କରୋନା ସଂକ୍ରାମିତଙ୍କ ସଂଖ୍ୟା କମିବାରେ ଲାଗିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Umasankar Adv
Leave A Reply

Your email address will not be published.