ନେତାଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ହେଉଛି ୧୨୫ତମ ଜନ୍ମଦିନ । ୧୮୯୭ ଜାନୁଆରୀ ୨୩ରେ ନେତାଜୀ କଟକରେ ଜନ୍ମ ଗ୍ରହଣ କରିଥିଲେ । ନେତାଜୀଙ୍କ ଜନ୍ମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ମୋଦି ଟୁଇଟ କରି କହିଛନ୍ତି, ଦେଶ ସ୍ୱାଧିନତା ପାଇଁ ନେତାଜୀଙ୍କ ତ୍ୟାଗ ଓ ବଳିଦାନ ଅମର ରହିବ। ନେତାଜୀଙ୍କ ଜନ୍ମ ଦିବସକୁ ସ୍ମରଣୀୟ କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଜାନୁଆରୀ ୨୩ ତାରିଖକୁ ‘ପରାକ୍ରମ ଦିବସ’ ଭାବେ ପାଳନ କରାଯିବ। ପରାକ୍ରମ ଦିବସ ପାଳନ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପଶ୍ଚିମବଙ୍ଗ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମେତ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତି ସମୁହ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । 

Leave A Reply

Your email address will not be published.