ଓଡ଼ିଶାକୁ ନୂତନ ଭାବେ ଗଢି ତୋଳିବାର ସ୍ବପ୍ନ ଦେଖାଇଲେ ନବୀନ

ଭୁବନେଶ୍ବର: ଆଜି ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟ ଉଦ୍ଦେଶ୍ୟରେ ବାର୍ତ୍ତା ରଖି ନୂଆ ଓଡ଼ିଶାର ଗଠନ ସଂପର୍କରେ ସୂଚନା ଦେବା ସହିତ ରାଜ୍ୟବାସୀଙ୍କ ସହଯୋଗ ଲୋଡ଼ିଛନ୍ତି ଏବଂ କହିଛନ୍ତି ଯେ ଏକ ସମୃଦ୍ଧ, ସଶକ୍ତ ଓ ସ୍ବାଭିମାନୀ ଓଡିଶା ନିର୍ମାଣ ପାଇଁ ସରକାର ଦୃଢ ପ୍ରତିବଦ୍ଧତାର ସହ ଆଗକୁ ବଢୁଛନ୍ତି। କଠିନ ପରିଶ୍ରମ, ଗଭୀର ନିଷ୍ଠା ଓ ସହଯୋଗ ରାଜ୍ୟକୁ ଏହି ଲକ୍ଷ୍ୟ ସ୍ଥଳରେ ନିଶ୍ଚିତ ପହଞ୍ଚାଇବ।

gpkandhamal

ମୁଖ୍ୟମନ୍ତ୍ରୀ ଏକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ କହିଛନ୍ତି , ଓଡିଶା ଆଜି ଦେଶର ବିକାଶ ମାନଚିତ୍ରରେ ନିଜର ସ୍ଥିତି ମଜବୁତ କରିପାରିଛି। କୃଷି, ଶିଳ୍ପ ଓ ଭିତ୍ତିଭୂମି ପରି ଅର୍ଥନୀତିର ଗୁରୁତ୍ବପୂର୍ଣ୍ଣ କ୍ଷେତ୍ରରେ ଓଡିଶା ଉନ୍ନତି କରିପାରିଛି। ରାଜ୍ୟରେ ଜଳସେଚନ କ୍ଷମତା ସହ କୃଷି ଉତ୍ପାଦନ ବି ବଢିଛି । ଚାଷୀର ରୋଜଗାର ମଧ୍ୟ ବଢିଛି। ରାଜ୍ୟକୁ ନୂଆ ନୂଆ ପୁଞ୍ଜି ଆସିଛି। ଭିତ୍ତିଭୂମିର ବିକାଶ ଅର୍ଥନୀତିକୁ ଚଳଚଞ୍ଚଳ କରିବାକୁ ସୁଯୋଗ ସୃଷ୍ଟି କରିଛି। ସେହିଭଳି ବିଭିନ୍ନ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛି । ଖାଦ୍ୟ ସୁରକ୍ଷା ଠାରୁ ଆରମ୍ଭ କରି ସାମାଜିକ ସୁରକ୍ଷା ପର୍ଯ୍ୟନ୍ତ ସବୁ କଲ୍ୟାଣ କାର୍ଯ୍ୟକ୍ରମ ଲୋକଙ୍କ ମୁହଁରେ ହସ ଆଣିଛି । ଜନଜାତି ବର୍ଗର ବିକାଶ ଓ କଲ୍ୟାଣ ପାଇଁ ସରକାରଙ୍କ କାର୍ଯ୍ୟକ୍ରମ ସେମାନଙ୍କୁ ସଫଳ ଭାବରେ ବିକାଶର ମୁଖ୍ୟଧାରାରେ ଯୋଡି ପାରିଛି ।

Umasankar Adv

ସାଧାରଣତନ୍ତ୍ର ଦିବସ ଅବସରରେ ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦ୍‌ ଏବଂ କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ସହିଦ ଲକ୍ଷ୍ମଣ ନାୟକ, ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନଙ୍କ ପ୍ରତି ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। 

Leave A Reply

Your email address will not be published.