ପୁଣି ଶାସକ-ବିରୋଧୀ ମୁହାଁମୁହିଁ

ଲଗାତାର ୫ ଦିନ ପାଇଁ ବିଧାନସଭାରେ ସମାନ ସ୍ଥିତି ଜାରି ରହିଛି । ବିଧାନସଭାରେ ଉଭୟ ଶାସକ-ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଆଜି ଗୃହ ଆରମ୍ଭ ହେବା ମାତ୍ରେ ଉଭୟ ବିରୋଧୀ ଓ ଶାସକ ଦଳ ହଟ୍ଟଗୋଳ କରିଥିଲେ । ବିରୋଧୀ ଦଳ ପକ୍ଷରୁ ମଣ୍ଡି ଅବ୍ୟବସ୍ଥାକୁ ଗୃହର ମଧ୍ୟଭାଗରେ ଜୋରଦାର ହଟ୍ଟଗୋଳ କରିଥିବା ବେଳେ ଆତ୍ମହତ୍ୟା ଉଦ୍ୟମ ପାଇଁ ସୁବାସ ପାଣିଗ୍ରାହୀ କ୍ଷମା ମାଗନ୍ତୁ ବୋଲି ଦାବି କରି ଗୃହରେ ନାରାବାଜି କରିଥିଲେ ଶାସକ ଦଳର ବିଧାୟକ ।

gpkandhamal

ଆଉ ପ୍ରଶ୍ନକାଳ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ଯୋଗୁଁ ପ୍ରଥମେ ଦିନ ୧୨ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ । ଆଉ ପୁଣି ଦିନ ୧୨ଟାରେ ଗୃହ ଆରମ୍ଭ ହେବା ମାତ୍ରେ ବିରୋଧୀ ହଟ୍ଟଗୋଳ କରିବାରୁ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । ଅନ୍ୟପଟେ ଆଜି ବିଜେଡି ପକ୍ଷରୁ ରାଜ୍ୟପାଳଙ୍କୁ ଭେଟି ବିଜେପି ବିଧାୟକ ସୁବାସ ପାଣିଗ୍ରାହୀଙ୍କ ବିରୋଧରେ ଅଭିଯୋଗ କରାଯାଇଛି । ବିଜେଡି ପକ୍ଷରୁ କୁହାଯାଇଛି ଯେ ସୁବାସ ଆତ୍ମହତ୍ୟା ଉଦ୍ୟମ କରି ଗୃହର ଗାରିମା ନଷ୍ଟ କରିଛନ୍ତି । ଯେତେବେଳେ ଯାଏଁ ସୁବାସ କ୍ଷମା ପ୍ରାର୍ଥନା ନ କରିଛନ୍ତି ସେତେବେଳେ ଯାଏଁ ଗୃହ ଚଲାଇଦେବୁନି ବୋଲି କହିଛନ୍ତି ଶାସକ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ।

Umasankar Adv
Leave A Reply

Your email address will not be published.