୫ ଜିଲ୍ଲାରେ ହେବ କାଳବୈଶାଖୀ

 ୫ ଜିଲ୍ଲାରେ କାଳବୈଶାଖୀ ହେବ! ଏହି ସମୟରେ ବିଜୁଳି ଓ ଘଡ଼ଘଡ଼ି ମାରିବା ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେଥିପାଇଁ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। କାଳବୈଶାଖୀ ନେଇ ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ବିଜୁଳି, ଘଡ଼ଘଡ଼ି ସହ ୪୦-୫୦ କିମି ବେଗରେ ପବନ ସମ୍ଭାବନା ସେହିପରି କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ଭଦ୍ରକ, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

gpkandhamal

ଶନିବାର ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, କୋରାପୁଟ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ଘଡଘଡ଼ି ମାରିବା ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। 

Umasankar Adv
Leave A Reply

Your email address will not be published.