ଭୁବନେଶ୍ୱରରେ ପହଞ୍ଚିଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀ ସମ୍ବର୍ଦ୍ଧନା ଜଣାଇ ପାଛୋଟି ନେଇଥିଲେ।ଏହାପରେ ସେଠାରୁ ରାଜଭବନ ଯାଇଛନ୍ତି ଉପରାଷ୍ଟ୍ରପତି। ମଧ୍ୟାହ୍ନ ଭୋଜନ କରିବେ ପରେ ଅପରାହ୍ନରେ କଟକ ଗସ୍ତ କରିବେ । ସେଠାରେ ବିଜୁ ପଟ୍ଟନାୟକ ଛକରେ ଥିବା ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବେ । ଏଥିସହ ଶାରଳା ସାହିତ୍ୟ ସଂସଦର ୪୦ତମ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବେ।  ଏହାପରେ ଭୁବନେଶ୍ୱର ଫେରି ରାଜଭବନରେ ରାତ୍ରିଯାପନ କରିବେ ।

Leave A Reply

Your email address will not be published.